ରାଜ୍ୟ

ଆରମ୍ଭ ହେଲା ସାଇବର ସୁରକ୍ଷା ଅଭିଯାନ

ସାରା ରାଜ୍ୟରେ ସାଇବର ଅପରାଧ ବଢ଼ି ବଢ଼ି ଚାଲିଥିବା ବେଳେ ଗାଁଠୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ଲୋକମାନଙ୍କୁ ସଚେତନତା କରିବା ପାଇଁ ଆରମ୍ଭ ହୋଇଛି ସାଇବର ସୁରକ୍ଷା ଅଭିଯାନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିଅମରେ ସାଇବର ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି। ୩୪ଟି ସାଇବର ସୁରକ୍ଷା ରଥ ଆଜିଠାରୁ ସାରା ରାଜ୍ୟର ବିଭିନ୍ନ ସ୍କୁଲ, କଲେଜ ଓ ପଞ୍ଚାୟତ ଆଦି ଭ୍ରମଣ କରି ସାଇବର ସୁରକ୍ଷା ସମ୍ପର୍କରେ ସଚେତନାର ବାର୍ତ୍ତା ପ୍ରଦାନ କରିବ।ଏହି ଅଭିଯାନରେ ଜିଲ୍ଲା ପ୍ରଶାସନ ତରଫରୁ ସାଇବର ସୁରକ୍ଷା ସଚେତନତା ରଥକୁ ସ୍ବାଗତ କରାଯିବ। ପ୍ରତିଦିନ ଅତି କମରେ ଦୁଇଟି ଶିକ୍ଷାନୁଷ୍ଠାନରେ ସଚେତନତା କାର୍ଯ୍ୟକ୍ରମ କରାଯିବ। ଏଥିସହ ବ୍ଲକ୍‌ ଓ ଥାନା ଅଞ୍ଚଳରେ ଥିବା ବିଭିନ୍ନ ଜନଗହଳି ସ୍ଥାନଗୁଡିକରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯିବ। ସ୍କୁଲ ଓ କଲେଜ ଗୁଡିକରେ ଛାତ୍ର ଛାତ୍ରୀମାନଙ୍କ ମଧ୍ୟରେ କୁଇଜ ପ୍ରତିଯୋଗିତା କରାଯିବ।

Related Articles

Leave a Reply

Your email address will not be published. Required fields are marked *

Back to top button