ଜାତୀୟଖେଳ ଖବର

ଏସୀୟ କ୍ରୀଡ଼ା :ଭାରତକୁ ଆଉ ଏକ ସ୍ୱର୍ଣ୍ଣ ପଦକ

ଚୀନର ପୂର୍ବପ୍ରାନ୍ତରେ ଥିବା ହାଙ୍ଗଝୋଉ ସହରରେ ଚାଲିଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ ପଦକ ମିଳିଛି। ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ହାସଲ କରିଛି ଭାରତ । ସୁଟର ପଲକ ଭାରତ ପାଇଁ ଏହି ସ୍ୱର୍ଣ୍ଣ ଜିତିଛନ୍ତି। ସମାନ ଇଭେଣ୍ଟରେ ରୌପ୍ୟ ଜିତିଛନ୍ତି ଇଶା ସିଂ ।

ପୁରୁଷ ଟେନିସ ଡବଲ୍ସରେ ଭାରତ ରୌପ୍ୟ ପଦକ ଜିତିଛି। ସାକେତ୍‌-ରାମନାଥନ୍‌ ଯୋଡ଼ି ଏହି ରୌପ୍ୟ ପଦକ ଜିତିଛନ୍ତି। ଏଥିସହ ଭାରତକୁ ବର୍ତ୍ତମାନ ସୁଦ୍ଧା ମୋଟ ୩୦ଟି ପଦକ ମିଳିଛି ।

ଏପର୍ୟ୍ୟନ୍ତ ଭାରତକୁ ୮ଟି ସ୍ୱର୍ଣ୍ଣ, ୧୧ଟି ରୌପ୍ୟ ଓ ୧୧ଟି ବ୍ରୋଞ୍ଜ ପଦକ ମିଳିଛି । ୩୦ ଟି ପଦକ ସହ ତାଲିକାର ଚତୁର୍ଥ ସ୍ଥାନରେ ଭାରତ ରହିଛି ।

Related Articles

Leave a Reply

Your email address will not be published. Required fields are marked *

Back to top button