ରାଜ୍ୟ

ସ୍କ୍ରବ୍ ଟାଇଫସ୍ ନେଲା ଆଉ ଏକ ଜୀବନ

ବରଗଡରେ ସ୍କ୍ରବ୍ ଟାଇଫସରେ ଆଉ ଜଣେ ରୋଗୀଙ୍କ ମୃତ୍ୟୁ । ମୃତକ ହେଲେ ସୋହେଲା ଅଞ୍ଚଳର ୪୮ବର୍ଷୀୟ ବ୍ୟକ୍ତି । ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସମୟରେ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ନେଇ ବରଗଡ ଡିପିଏଚଓଙ୍କ ସୂଚନା । ବରଗଡ ଜିଲ୍ଲାରେ ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି ପାଇଛି ।

ଏଣେ ବରଗଡ଼ରେ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ବିଭାଗର ୬ ଜଣିଆ ଟିମ୍ ସ୍ଥିତି ନେଇ ପ୍ରଥମେ ବୁର୍ଲା ଭିମସାରର ଏକ ଟିମ୍ ଆସି ସ୍ଥିତି ଅନୁଧ୍ୟାନ କରିଥିବା ବେଳେ ପରେ ଓଡ଼ିଶା ଜନସ୍ବାସ୍ଥ୍ୟ ବିଭାଗର ଟିମ୍ ଆସି ଏହାର କାରଣ ଓ ନିରାକରଣ ବିଷୟରେ ପଚାରି ବୁଝିଥିଲେ । ଏବେ କେନ୍ଦ୍ରୀୟ ଟିମ୍ ପ୍ରଥମେ ସୁନ୍ଦରଗଡ଼ ଓ ଏବେ ବରଗଡ଼ ପହଞ୍ଚି ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ସହ ଆଲୋଚନା କରୁଛନ୍ତି ।

ଟାଇଫସ ପଶ୍ଚିମ ଓଡ଼ିଶାରେ କାୟା ବିସ୍ତାର କରୁଥିବାରୁ ଏହାର ସ୍ଥିତି ଅନୁଧ୍ୟାନ କରିବା ପାଇଁ ଏହି ଟିମ୍ ପଶ୍ଚିମ ଓଡ଼ିଶାର ସୁନ୍ଦରଗଡ଼, ବରଗଡ଼ ଓ ବଲାଙ୍ଗୀର ଜିଲ୍ଲା ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିବାର କାର୍ଯ୍ୟକ୍ରମ ରହିଛି ।

Related Articles

Leave a Reply

Your email address will not be published. Required fields are marked *

Back to top button